ଭୁବନେଶ୍ୱର,୨୭।୮: ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ନେତା ମମତା ମହାନ୍ତ। ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା। ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସରଙ୍କଠାରୁ ସେ ତାଙ୍କ ସାର୍ଟିଫିକେଟ ଗ୍ରହଣ କରିଛନ୍ତି। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହାନ୍ତ। ୨୦୨୦ ମସିହାରେ ବିଜେଡି ତାଙ୍କୁ ରାଜ୍ୟସଭାକୁ ପଠାଇଥିଲା। ୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥା’ନ୍ତା। ତେବେ କାର୍ଯ୍ୟକାଳ ଶେଷ ହେବାର ୨୧ ମାସ ପୂର୍ବରୁ ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ସହିତ ବିଜେଡିରୁ ଇସ୍ତଫା ଦେଇଥିଲେ। ଏହା ପରେ ସେ ବିଜେଡି ଉପରେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ଏମିତିକି ତାଙ୍କୁ ନିର୍ବାଚନ ପରେ ବିଜେଡିରୁ ବାହାର କରି ଦେବାକୁ ଧମକ ଦିଆଯାଇଥିଲା। ବିଜେଡି ଛାଡ଼ିବା ପର ଦିନ ଅର୍ଥାତ୍ ଅଗଷ୍ଟ ୧ ତାରିଖରେ ସେ ବିଜେପିରେ ମିଶିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |