ପୁରୀ,୨୮।୮:ଆଜି ଶ୍ରୀଜିଉଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀଜିଉଙ୍କ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ଓ ଅର୍ଘାସୁର ବଧ ବିଶେଷ ନୀତି ମଧ୍ୟ ହେବ। ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହ ଦ୍ୱାର ନିକଟସ୍ଥ ବଡଛତା ମଠ ପାର୍ଶ୍ୱରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ। ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ।ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିବା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |