ଆଜି ଜାତୀୟ କ୍ରୀଡା ଦିବସ

ନୂଆଦିଲ୍ଲୀ:,୨୯।୮:ଆଜି ଜାତୀୟ କ୍ରୀଡ଼ା ଦିବସ ।  ଆଜି ଜାତୀୟ କ୍ରୀଡା ଦିବସ। ଭାରତୀୟ ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କର ଜନ୍ମଦିନ। ଅଗଷ୍ଟ ୨୯ ତାରିଖକୁ ଜାତୀୟ କ୍ରୀଡା ଦିବସ ଭାବରେ ପାଳନ କରାଯାଉଛି। ଭାରତୀୟ  ଖେଳକୁ କିମ୍ବଦନ୍ତୀ ହକି ଖେଳାଳୀ ଧ୍ୟାନଚାନ୍ଦଙ୍କ ଅବଦାନକୁ ସମ୍ମାନ ଜଣାଇବା ଉର୍ଦେଶ୍ୟରେ ଏହି ଦିବସ ପାଳିତ ହେଉଛି। ଭାରତୀୟ ତଥା ବିଶ୍ବ ହକିରେ ଧ୍ୟାନଚାନ୍ଦ ଜଣେ କିମ୍ବଦନ୍ତୀ ବ୍ୟକ୍ତିତ୍ବ । ତାଙ୍କ ବଳିଷ୍ଠ ଖେଳ ବଳରେ ୧୯୨୮,୧୯୩୨ ଏବଂ ୧୯୩୬ ମସିହାରେ ତିନୋଟି ଅଲିମ୍ପିକ୍ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲା ଭାରତୀୟ ହକି ଟିମ୍ ।ଧ୍ୟାନ ଚାନ୍ଦ ଆହ୍ଲାବାଦରେ ୨୯ ଅଗଷ୍ଟ ୧୯୦୫ ରେ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥିଲେ । ୧୯୫୬ ମସିହା ଅଗଷ୍ଟ ୨୯ ତାରିଖରେ ଭାରତ ସରକାର ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ । ପ୍ରତିବର୍ଷ ଅଗଷ୍ଟ 29 ତାରିଖକୁ ଯୁବଗୋଷ୍ଠୀଙ୍କ ମଧ୍ୟରେ କ୍ରୀଡ଼ା ବିପ୍ଳବର ବହ୍ନି ଜାଳିବାକୁ ‘ଜାତୀୟ କ୍ରୀଡା ଦିବସ’ ଭାବେ ପାଳନ କରାଯାଇଥାଏ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!