ମମତାଙ୍କ ମନ୍ତବ୍ୟକୁ ନେଇ ବର୍ଷିଲେ ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୯।୮:କୋଲକାତା ଚାରିଆଡେ ବିକ୍ଷୋଭ ଓ ପ୍ରତିବାଦ ଜାରି ରହିଛି। ବିଭିନ୍ନ ସ୍ଥାନରେ ପୋଡାଜଳା ସାଙ୍ଗକୁ ହେଉଛି ଭଙ୍ଗାରୁଜା। ଟ୍ରେନିଂ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ବିଜେପି ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ନେଇ ଗତକାଲି ଅଭିଯୋଗ ଆଣିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।ରାଜନୈତିକ ଫାଇଦା ଉଦ୍ଦେଶ୍ୟରେ ବିଜେପି ଏପରି କରୁଥିବା କହି ମମତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖୋଲା ଧମକ ଦେଇଛନ୍ତି। ଯଦି ପଶ୍ଚିମବଙ୍ଗ ଜଳିବ ତେବେ ଆସାମ, ନର୍ଥ ଇଷ୍ଟ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ଓଡ଼ିଶା, ଦିଲ୍ଲୀ ମଧ୍ୟ ଜଳିବ। କାହାକୁ ଛାଡ଼ିବୁ ନାହିଁ। ଆପଣଙ୍କ ଚେୟାର ଟଳମଳ କରିଦେବୁ ବୋଲି ସେ ଚେତାବନୀ ଦେଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏଭଳି ମନ୍ତବ୍ୟକୁ ନେଇ ଏବେ ଝଡ଼ ସୃଷ୍ଟି ହୋଇଛି। ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ ଏହାକୁ ତୀବ୍ର ସମାଲୋଚନା କରିଛନ୍ତି। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନାପସନ୍ଦ କରିଛନ୍ତି। ଓଡ଼ିଶା ସଂପର୍କରେ ଏଭଳି ଆପତ୍ତିଜନକ ଟିପ୍ପଣୀ ଦେବା ଲାଗି ଆପଣଙ୍କୁ ଏ ଅଧିକାର ଦେଲା କିଏ ବୋଲି ମମତାଙ୍କୁ ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ।ସେପଟେ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ଆସାମ ଓ ମଣିପୁର ମୁଖ୍ୟମନ୍ତ୍ରୀ ମଧ୍ୟ ନାପସନ୍ଦ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ କଡ଼ା ସମାଲୋଚନା କରିଛନ୍ତି ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ। ଧମକ ଦେବାକୁ କିଏ ସାହସ ଦେଲା ବୋଲି ମମତାଙ୍କୁ ପଚାରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସେହିପରି ଉତ୍ତରପୂର୍ବାଞ୍ଚଳ ପ୍ରତି ମନ୍ତବ୍ୟ ପାଇଁ କ୍ଷମା ମାଗନ୍ତୁ ବୋଲି ଦିଦିଙ୍କୁ କହିଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ। ରାଜନେତା ହୋଇ ପବ୍ଲିକ ପ୍ଲାଟଫର୍ମରେ ହିଂସା କଥା କହିବା ନିନ୍ଦନୀୟ ବୋଲି ସେ ଉଲ୍ଲେଖ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!