ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି।ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ’ଣ ଥିଲା? ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣଙ୍କ କରୁଥିଲେ କଣ? ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବର ବିଷୟ କି ବୋଲି ପଚାରିଛନ୍ତି ଧର୍ମେନ୍ଦ୍ର।ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କର ଭୂମିକା କ’ଣ ଥିଲା। ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କ’ଣ କରୁଥିଲେ। ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ। ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ୍ ବୋଲି କେନ୍ଦ୍ରମନ୍ତ୍ରୀ ଆଜି କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |