ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦେଶକ

ତାଳଚେର,୨ା୯: ତାଳଚେର ଖଣି ଉପନିର୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢାଉ ଜାରି ରଖିଛି। ଧରଣୀଧରଙ୍କ ୪ଟି ଠିକଣାରେ ଛାନଭିନ୍ ଚଳାଇଛି। ତାଳଚେରରେ ଥିବା ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, କେନ୍ଦୁଝର ପଣ୍ଡାପଡାରେ ଥିବା ଶ୍ଵଶୁର ଘରେ ଭିଜିଲାନ୍ସ ଟିମ୍ ଖୋଳତାଡ କରୁଛନ୍ତି।ଧରଣୀଧରଙ୍କ ତାଳଚେର ଅଫିସ, ସରକାରୀ ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, ଭୁବନେଶ୍ୱର ପଟିଆରେ ଥିବା ଘର, ସିଂକୁଳବାହାଲରେ ଥିବା ମାର୍କେଟ କଂପ୍ଲେକ୍ସ ଓ କେନ୍ଦୁଝର ପଣ୍ଡାପଡ଼ା ଥାନା ପୁରମୁଣ୍ଡାରେ ଥିବା ଶ୍ୱଶୁର ଘର ସମେତ ୮ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଧରଣୀଧରଙ୍କ ଘରୁ ୫ ଲକ୍ଷ ୬୦ ହଜାର ଟଙ୍କା ଜବତ ହୋଇ ଥିବା ସୂଚନା ରହିଛି।ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା। ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ମୋଟା ଅଙ୍କର ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!