ପଶ୍ଚିମବଙ୍ଗ ସରକାର ଆଣିଲେ ‘ଅପରାଜିତା’ ବିଲ୍

କୋଲକାତା,୩।୯:ପଶ୍ଚିମବଙ୍ଗ ବିଧାନସଭାରେ ମଙ୍ଗଳବାର ଦୁଷ୍କର୍ମ ନିରୋଧୀ ବିଲ୍‌ ଗୃହୀତ ହୋଇଛି। ‘ଅପରାଜିତା ମହିଳା ଓ ଶିଶୁ ବିଧେୟକ’ ନାମରେ ନାମିତ ଏହି ବିଧେୟକରେ ଦୁଷ୍କର୍ମକାରୀଙ୍କୁ ମୃତ୍ୟୁ ଦଣ୍ଡ ଦେବାର ବ୍ୟବସ୍ଥା ହୋଇଛି। ବିଧାନସଭାର ଏକ ସ୍ଵତନ୍ତ୍ର ଅଧିବେଶନ ଜରିଆରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଏହି ବିଲ୍‌କୁ ପାରିତ କରିଛନ୍ତି।  ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ବ୍ୟାପକ ଆନ୍ଦୋଳନ ଚାଲିଛି। ଏହାରି ମଧ୍ୟରେ ‘ଅପରାଜିତା’ ବିଲ୍ ପାରିତ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଏହାର ନାମ ‘ଅପରାଜିତା ଓମେନ୍ ଆଣ୍ଡ ଚାଇଲ୍ଡ ବିଲ-୨୦୨୪’ ରଖାଯାଇଛି । ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି। ବିଲରେ ୧୦ ଦିନ ମଧ୍ୟରେ ଦୁଷ୍କର୍ମକାରୀ ଦୋଷୀଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିବା ପାଇଁ ପ୍ରାଧାନ୍ୟ ରହିଛି ।ଏହା ସହ ପଶ୍ଚିମବଙ୍ଗ ଦେଶର ପ୍ରଥମ ରାଜ୍ୟ ଭାବରେ ଦୁଷ୍କର୍ମ, ଗଣଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଅପରାଧ ସହ ଜଡିତ କେନ୍ଦ୍ରୀୟ ଆଇନରେ ସଂଶୋଧନ ଆଣିଛି। ଏହି ବିଲ୍ ପାରିତ ହେବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହାକୁ ଐତିହାସିକ ଏବଂ ମଡେଲ ବୋଲି କହିଛନ୍ତି।  ବିଜେପି ମଧ୍ୟ ଏହି ବିଲକୁ ସମର୍ଥନ ଜଣାଇଛି। ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ମଧ୍ୟ ଏହି ବିଲ୍‌ରେ ସାତୋଟି ସଂଶୋଧନ ପାଇଁ ଏକ ପ୍ରସ୍ତାବ ଆଗତ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!