ଭୁବନେଶ୍ୱର,୪ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍ ସେଣ୍ଟର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ କରିବା ଯାଏ ଫର୍ମ ଗ୍ରହଣ ହେବ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତା’ ପରେ ବି ଯିଏ ଆବେଦନ କରିବେ ତାଙ୍କୁ ବି ପ୍ରଥମ କିସ୍ତି ମିଳିବ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ କଲେ ଟଙ୍କା ମିଳିବ।ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଫର୍ମ ଦାଖଲକୁ ନେଇ ଲୋକଙ୍କ ମନରେ ରହିଛି ବହୁ ଦ୍ୱନ୍ଦ୍ୱ। ଆଜି ଏହି ଦ୍ୱନ୍ଦ୍ୱ ଦୂର କରିଛନ୍ତି ଜନସେବା କେନ୍ଦ୍ରର ‘ସୁଭଦ୍ରା’ ଯୋଜନା କାର୍ଯ୍ୟକାରୀ ମୁଖ୍ୟ ଦିଲ୍ଲୀପ ଦାଶ। ସେ କହିଛନ୍ତି, ଘରେ ରହି ଅନ୍ଲାଇନରେ କରି ପାରିବେନି ସୁଭଦ୍ରା ଯୋଜନା ଆବେଦନ।ଶ୍ରୀ ଦାଶ କହିଛନ୍ତି, ସୁଭଦ୍ର ପାଇଁ ଆବେଦନ କରିବାକୁ ହେଲେ ଜନସେବା କେନ୍ଦ୍ରକୁ ଆସିବାକୁ ପଡ଼ିବ। ଆଜି ସନ୍ଧ୍ୟାରୁ ଖୋଲିବ ସୁଭଦ୍ରା ପୋର୍ଟାଲ। ତେଣୁ ଏବେଠୁ ଜନସେବା କେନ୍ଦ୍ରରେ ଲଗାନ୍ତୁନି ଭିଡ଼। ସେହିପରି ସୁଭଦ୍ରା ଯୋଜନା ଆବେଦନ ପାଇଁ କୌଣସି ଶେଷ ତାରିଖ ଘୋଷଣା ହୋଇନାହିଁ। ତେଣୁ ଶେଷ ଆବେଦନକାରୀ ଥିବା ଯାଏଁ ଜାରି ରହିବ ଫର୍ମ ଗ୍ରହଣ ବୋଲି ଶ୍ରୀ ଦାଶ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |