‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’, ଉଚ୍ଛେଦ କଲେ ବିଜେପି ସରକାର

ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ଶେଷ ହୋଇଛି।ବିଜେଡି ସରକାର ସମୟରେ ଗଠନ ହୋଇଥିବା ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ଆଜି ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତାକୁ ମଧ୍ୟ ରାଜ୍ୟ ସରକାର ସମାପ୍ତ କରିଛନ୍ତି । ତତକାଳୀନ ବିଜେଡି ସରକାର ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ  ଏବଂ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ ବା ସ୍ପେଶାଲ ଡେଭଲପମେଂଟ କାଉନସିଲ(ଏସଡିସି) ଗଠନ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!