ଭୁବନେଶ୍ୱର,୫।୯: ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଆଜି ଗୁରୁଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ସମସ୍ତ ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।‘ପ୍ରତି ପଞ୍ଚାୟତରେ ଗୋଟିଏ ଲେଖାଏଁ ମଡେଲ ସ୍କୁଲ ହେବ । ଏହାର ନାମ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ରହିବ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏଭଳି ୫ ଶହ ସ୍କୁଲ ନିର୍ମାଣ କରାଯିବ । ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାୟତରେ ଏଭଳି ସ୍କୁଲ ହେବ । ଏନେଇ ବଜେଟରେ ବ୍ୟୟବରାଦ ସମ୍ପର୍କିତ ବ୍ୟବସ୍ଥା ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି । ଏଭଳି ସ୍କୁଲରେ ଆକର୍ଷଣୀୟ ବ୍ୟବସ୍ଥା କରାଯିବ ଯଦ୍ୱାରା ପିଲାମାନେ ପ୍ରାଇଭେଟ ସ୍କୁଲକୁ ନ ଯାଇ ମଡେଲ ସ୍କୁଲରେ ପଢ଼ିବାକୁ ଆଗ୍ରହ ପ୍ରକାଶ କରିବେ । ସ୍ୱାମୀ ବିବେକାନନ୍ଦ ତାଙ୍କର ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମାଜ ନିର୍ମାଣ, ସଂସ୍କାରରେ ଗୁରୁମାନଙ୍କ ଗୁରୁତ୍ୱପୂର୍ଣ ଭୂମିକା ରହିଛି । ଗୁରୁମାନଙ୍କୁ ସର୍ବଦା ଭକ୍ତିର ସହ ସ୍ମରଣ କରିବାକୁ ସେ ପରାମର୍ଶ ଦେଇଛନ୍ତି । ମାତା ପିତାଙ୍କ ପରେ ଗୁରୁ ହେଉଛନ୍ତି ଶିଷ୍ୟର ଆରାଧ୍ୟ ଦେବତା । ଶିକ୍ଷା ବ୍ୟବସ୍ଥା ହେଉଛି ତ୍ରିଭୁଜ ସଦୃଶ । ଛାତ୍ର, ଶିକ୍ଷକ ଏବଂ ଅଭିଭାବକ ହେଉଛନ୍ତି ଶିକ୍ଷା ବ୍ୟବସ୍ଥା ତ୍ରିଭୁଜର ତିନି ବାହୁ । ତିନି ବାହୁ ଏକାଠି କାର୍ଯ୍ୟ କଲେ ଶିଷ୍ୟର ଜୀବନ ସୁସଂଗଠିତ ହେବ । ଏହା ଦ୍ୱାରା ବିକଶିତ ସମାଜ ଗଠନ ଧାରା ଉନ୍ନତ ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |