ଭୁବନେଶ୍ୱର,୬।୯: ସେପ୍ଟେମ୍ବର ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ସୁଭଦ୍ରା ସଚେତନତା ରଥ ।ସୁଭଦ୍ରା ଯୋଜନା ସଂପର୍କିତ ସୂଚନା ପାଇଁ କାଲିଠୁ ଗଡ଼ିବ ସଚେତନତା ରଥ। ସୁଭଦ୍ରା ଯୋଜନାର କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି।ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ ଏହି ରଥ ଚାଲିବ । ସଚେତନ ରଥ କେଉଁ ରାସ୍ତାରେ ପରିଭ୍ରମଣ କରିବ ତାହାର ନକ୍ସା ଅଞ୍ଚଳର ଜନପ୍ରତିନିଧି ଓ ଅଂଶଗ୍ରହଣକାରୀଙ୍କୁ ଜଣାଯିବ । ଫଳରେ ଜନପ୍ରତିନିଧିମାନେ କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ । ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ବରେ ରହିବେ ।ସବୁ କମନ ସର୍ଭିସ ସେଣ୍ଟର ଓ ମୋ ସେବା କେନ୍ଦ୍ରରେ ସୂଚନା ପ୍ରଚାର ପତ୍ର ଉପଲବ୍ଧ ହେବା ସହ ପୋଷ୍ଟର ବ୍ୟାନନର ଆଦି ଲଗାଯିବ । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେପେଟେ ରାଉରକେଲା ଓ ବାରିପଦାରେ ସୁଭଦ୍ରା ଉତ୍ସାହ । ପୋଷ୍ଟ ଅଫିସ ସାମନାରେ ମହିଳାଙ୍କ ଲମ୍ବା ଲାଇନ । ଫର୍ମ ଆବେଦନ ପାଇଁ ଜନସେବା କେନ୍ଦ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |