ଭୁବନେଶ୍ୱର,୮।୯:ଆଜି ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷନ ଯୋଜନା। ଏହି ଯୋଜନାରେ ଚାଷୀ ପାଇବେ ୪ ହଜାର ଟଙ୍କାର ଆର୍ଥିକ ସହାୟତା।ଚାଷୀଙ୍କୁ ନୂଆଁଖାଇ ଭେଟି ଦେଇଛନ୍ତି ରାଜ୍ୟ ସରକାର । ଆଜି ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷନ ଯୋଜନା। ଏହି ଯୋଜନାରେ ଚାଷୀ ପାଇବେ ୪ ହଜାର ଟଙ୍କାର ଆର୍ଥିକ ସହାୟତା। ଆଜି ଅପରାହ୍ନରେ ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ କୃଷି ବିଭାଗ ପକ୍ଷରୁ ସୋଶାଲ ମିଡିଆରେ ସୂଚନା ଦିଆଯାଇଛି। ଚାଷୀଙ୍କୁ ଏହି ଆର୍ଥିକ ସହୟତା ଯୋଗାଇ ଦେବା ଲାଗି ରାଜ୍ୟ ସରକାର ୧୯ଶହ ୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।ଏହା ପୂର୍ବରୁ ବିଜେଡି ସରକାର ଅମଳରେ ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିଲା। ଯୋଗ୍ୟତା ଥାଇ ମଧ୍ୟ ପିଏମ୍ କିଷାନ ଯୋଜନାରୁ ରାଜ୍ୟରେ ବାଦ୍ ପଡ଼ିଥିବା ସମସ୍ତ ଚାଷୀଙ୍କୁ ସିଏମ୍ କିଷାନ ଯୋଜନାରେ ସାମିଲ କରାଯିବ ବୋଲି ନିକଟରେ କୃଷି ମନ୍ତ୍ରୀ କେଭି ସିଂହଦେଓ ବିଧାନସଭାରେ ସୂଚନା ଦେଇଥିଲେ।ନୂଆଁଖାଇ ଅବସରରେ ଆଜି ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଅପରାହ୍ନରେ ସେ ସମ୍ବଲପୁରରେ ପହଞ୍ଚି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଅଡିଟୋରିୟମରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |