ଭୁବନେଶ୍ୱର,୯ା୯: ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ। ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଗଭୀର ଅବପାତ। ଗତ ୬ ଘଣ୍ଟା ହେଲା ୭କିମି ବେଗରେ ଗତି କରୁଛି ଏହି ଗଭୀର ଅବପାତ। ବର୍ତ୍ତମାନ ଏହା ପୁରୀଠାରୁ ୧୧୦ କିମି ଦୂରରେ ରହିଛି। ଗୋପାଳପୁରରୁ ୧୫୦, ପାରାଦ୍ୱୀପରୁ ୧୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି।ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏହା ପୁରୀଠାରୁ ୧୧୦ କିମି ଦୂର କେନ୍ଦ୍ରୀଭୂତ ହୋଇଛି। ଆଜି ମଧ୍ୟାହ୍ନ ସମୟରେ ପୁରୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |