ଭୁବନେଶ୍ୱର ,,୧୦।୯: ଚଳିତ ମାସ ୧୫ ତାରିଖରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ଦ୍ୱାରା ଦେଶରେ 10ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ 3ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ 15 ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏଥିପାଇଁ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମ ରେ ଅନୁରୋଧ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |