ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୧।୯:  ମଙ୍ଗଳବାର ଆସିବେ ମୋଦୀ । ୧୭ତାରିଖ ମଙ୍ଗଳବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତସୂଚୀ ନେଇ ଆସିଲା ବିସ୍ତୃତ ବିବରଣୀ । ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରର ଜନତା ମଇଦାନରେ ସେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହାସହ ପ୍ରଧାନମନ୍ତ୍ରୀ ଆଉ କିଛି ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ/ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୧୧ଟା ୪୦ରେ ସେ ବିମାନବନ୍ଦର ଛାଡ଼ିବେ। ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ଦିନ ୧୨ଟାରୁ ୧ଟା ପର୍ଯ୍ୟନ୍ତ ସେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ଏବଂ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦ୍‌ଘାଟନ/ଲୋକାର୍ପଣ କରିବେ। ୧ଟା ୫ ମିନିଟରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରୁ ବିମାନବନ୍ଦର ଅଭିମୁଖେ ଯାତ୍ରା କରିବେ। ୧ଟା ୨୫ ମିନିଟରେ ସେ ସେଠାରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!