ଭୁବନେଶ୍ୱର,୧୨।୯: ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ କାର୍ଯ୍ୟକ୍ରମ ହେବ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନର କନ୍ଭେନସନ ସେଣ୍ଟରରେ ଆୟୋଜିତ ହେବାକୁ ଥିବା ନିଯୁକ୍ତି ମେଳାରେ ୪ ୬୭ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗଦେବେ ବୋଲି ଜଣାପଡିଛି ।ଅନ୍ୟପଟେ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଆସନ୍ତା ୫ ବର୍ଷ ଭିତରେ ୧ ଲକ୍ଷ ୫୦ ହଜାର ପଦବୀ ପୂରଣ ପାଇଁ ପ୍ରତିଶ୍ରୁତିବଦ୍ଧ। ସେହିପରି ଆସନ୍ତା ୨ ବର୍ଷ ମଧ୍ୟରେ ସରକାର ୬୫ ହଜାର ପଦବୀ ପୂରଣ କରିବେ। ଖାଲି ପଡିଥିବା ମୋଟ୍ ୩୪ ହଜାର ୬୮୬ ପଦବୀକୁ ଆସନ୍ତା ଡିସେମ୍ବର ସୁଦ୍ଧା ପୂରଣ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |