ଭୁବନେଶ୍ୱର,୧୨ା୯: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି। ଏଥିପାଇଁ ରାଜ୍ୟ ସରକାର ଗାଇଡ୍ଲାଇନ୍ ଜାରି କରିଛନ୍ତି। ରାଜ୍ୟରେ ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ମୋହନ ସରକାର ଆଣିଲେ ନୂଆ ଗାଇଡଲାଇନ୍। ପୁନଃ ନିଯୁକ୍ତି ପାଇବାକୁ ହେଲେ ଉକ୍ତ ଅବସରପ୍ରାପ୍ତ ଅଧିକାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ କରାଯିବ, ସେ ନେଇ ଜାରି ହୋଇଛି ବିସ୍ତୃତ ଗାଇଡଲାଇନ। ଗାଇଡଲାଇନ୍ ଅନୁସାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଏକ ଚୟନ କମିଟି ରହିବ। ଯେଉଁ କମିଟିର ମୁଖ୍ୟ ଭାବେ ରହିବେ ମୁଖ୍ୟ ଶାସନ ସଚିବ।ସେହିପରି କମିଟିର ସଦସ୍ୟ ଭାବେ ସାଧାରଣ ପ୍ରଶାସନ ବା ଜିଏ ବିଭାଗର ସଚିବ ଓ ଅର୍ଥ ସଚିବ ରହିବେ। ଗାଇଡଲାଇନ୍ ଅନୁସାରେ- ୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ ରେକର୍ଡ଼ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ମିଳିବ। ପୁନଃ ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତି ଶାରୀରିକ ଭାବେ ଫିଟ୍ ଜରୁରୀ। ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ବିଚାରଯୋଗ୍ୟ ହେବନି ପୁନଃ ନିଯୁକ୍ତି। ଅବସର ପୂର୍ବରୁ ସିସିଆର୍ ଆଉଟଷ୍ଟାଣ୍ଡିଂ ଥିଲେ ପୁନଃ ନିଯୁକ୍ତି କରାଯିବ। ପଦବୀରେ ପୁନଃ ନିଯୁକ୍ତି ପାଇଁ ଖୋଲା ବିଜ୍ଞାପନ ଜରିଆରେ ସୂଚିତ କରାଯିବ। ମୋଟ ପଦବୀର ମାତ୍ର ୧% ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦିଆଯାଇପାରିବ।ତେବେ ୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ୍ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି କରାଯିବ । ପୁନଃ ନିଯୁକ୍ତି ପାଇଥିବା ବ୍ୟକ୍ତି ଶାରୀରିକ ଭାବେ ଫିଟ୍ ଥିବା ଆବଶ୍ୟକ । ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ବିଚାରଯୋଗ୍ୟ ହେବନି ପୁନଃ ନିଯୁକ୍ତି । ଅବସରପୂର୍ବରୁ ସିସିଆର ଆଉଡଷ୍ଟାଣ୍ଡିଂ ଥିଲେ ପୁନଃ ନିଯୁକ୍ତି କରାଯିବ । ପଦବୀରେ ପୁନଃ ନିଯୁକ୍ତି ପାଇଁ ଖୋଲା ବିଜ୍ଞାପନ ଜରିଆରେ ସୂଚିତ କରାଯିବ । ମୋଟ ପଦବୀର ମାତ୍ର ୧% ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦିଆଯାଇପାରିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |