ସିପିଏମ୍ ନେତା ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ: ସିପିଏମ୍ ନେତା ସୀତାରାମ ୟେଚୁରୀଙ୍କ ପରଲୋକ । ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ସିପିଏମ୍ ନେତା ସୀତାରାମ ୟେଚୁରୀଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା । ବୁଧବାର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୟେଚୁରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଡାକ୍ତରଙ୍କ ଏକ ବହୁବିଭାଗୀୟ ଟିମ୍ ନଜର ରଖିଥିଲେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିଲା ।ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେଠାରେ ଡାକ୍ତରଙ୍କ ସବୁ ପ୍ରକାରର ଉଦ୍ୟମ ସତ୍ତ୍ୱେ ଆଜି ସୀତାରାମ ୟେଚୁରୀ ଆଖି ବୁଜିଛନ୍ତି। ୟେଚୁରୀ ୨୦୦୫ରୁ ୨୦୧୭ ଯାଏ ରାଜ୍ୟସଭାର ସାଂସଦ ଭାବେ କାର୍ଯ୍ୟ କରିଥିଲେ।ଅଗଷ୍ଟ ୧୯ ତାରିଖ ସନ୍ଧ୍ୟାରେ ନିମୋନିଆ ଯୋଗୁ ତାଙ୍କୁ ଏମ୍ସର ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ ଆଇସିୟୁ ଓ ପରେ ଶ୍ୱାସକ୍ରିୟା ମେସିନ ଦ୍ୱାରା ତାଙ୍କୁ ଅମ୍ଳଜାନ ଯୋଗାଇ ଦିଆଯାଉଥିଲା। ଏହାପୂର୍ବରୁ ୟେଚୁରୀଙ୍କ ମୋତିଆ ବିନ୍ଦୁ ଅପରେସନ ମଧ୍ୟ ହୋଇଥିଲା।ସୀତାରାମ ୟେଚୁରୀ ସିପିଆଇ (ଏମ୍)ର ବରିଷ୍ଠ ସଦସ୍ୟ। ସେ ୧୯୯୬ ମସିହାରେ ୟୁନାଇଟେଡ୍ ଫ୍ରଣ୍ଟ ସରକାର ପାଇଁ କମନ୍ ମିନିମମ୍ ପ୍ରୋଗ୍ରାମ୍ ପ୍ରସ୍ତୁତ କରିବାରେ ପି ଚିଦାମ୍ବରମଙ୍କ ସହ ସହଯୋଗ କରିଥିଲେ। ୨୦୦୪ରେ UPA ଗଠନ ସମୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।ଅନ୍ୟପକ୍ଷରେ ସିପିଆଇ(ଏମ୍) ମଙ୍ଗଳବାର ଏକ ବିବୃତ୍ତି ଜାରି କରି ସ୍ପଷ୍ଟ କରିଛି ଯେ ବରିଷ୍ଠ ନେତା ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନର ଆଇସିୟୁରେ ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ୟେଚୁରୀ ଗତ କିଛି ଦିନ ହେବ ଭେଣ୍ଟିଲେଟରରେ ଥିଲେ ଏବଂ ଡାକ୍ତରଙ୍କ ଏକ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ । ୟେଚୁରୀ ୨୦୧୫ରେ ପ୍ରକାଶ କରତଙ୍କ ସ୍ଥାନରେ ସିପିଏମ୍ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!