ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ ହେଲା ୨୦ କେଜି ସୁନା

ଭୁବନେଶ୍ୱର, ୧୩ା୯ :ଭୁବନେଶ୍ୱର ବିମାନ ବନ୍ଦରରୁ  ଜବତ ହେଲା ୨୦ କେଜି ସୁନା। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT & GST। ଏହି ମାମଲାରେ କିଛି ବ୍ୟବସାୟୀଙ୍କୁ ପଚରାଉଚରା କରାଯାଇଛି। ୨୦କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ ଠିକ୍ ଥିବା ବେଳେ ୪କେଜି ସୁନାର ହିସାବ ମେଳ ଖାଉନାହିଁ। ସଂପୃକ୍ତ ବ୍ୟବସାୟୀଙ୍କୁ ଡାକି ପଚରାଉଚରା କରାଯାଉଛି। ଭୁବନେଶ୍ୱରର ୫ ବ୍ୟବସାୟୀ ଏହି ସୁନା ଆଣିଥିବା ବେଳେ କଳାହାଣ୍ଡି ଓ ଅନୁଗୋଳ ଆଦି ଅଞ୍ଚଳର ବ୍ୟବସାୟୀଙ୍କ ପାଖକୁ ଏହି ସୁନା ଯାଉଥିବା ଜଣାଯାଇଛି।ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରେ ସୁନା ଆସୁଥିବା  CT & GST କୌଣସି ସୁତ୍ରରୁ ଖବର ପାଇଥିଲା। ପରେ CT & GSTର ଟିମ୍  ବାହାରେ ଛକି ରହିଥିଲା।  ଜଣେ ବ୍ୟକ୍ତି ୨୦ କେଜି  ସୁନା ଧରି ବିମାନ ବନ୍ଦରରୁ ବାହାରି ବେଳେ CT & GST ଟିମ୍ ମାଡ଼ି ବସିଥିଲେ।  ବାଣୀବିହାରରେ ଥିବା CT & GST  ଅଫିସକୁ ନେଇ ପଚରାଉଚରା କରାଯାଇଥିଲା। ୨୦କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ ଠିକ୍ ଥିବା ବେଳେ ୪କେଜି ସୁନାର ହିସାବ ମେଳ ଖାଇନଥିଲା। ଯାହାକୁ ନେଇ  CT & GST ଟିମ୍‌  ଖୋଳତାଡ଼ ଆରମ୍ଭ କରିଛି। ଏହା ସୁନା ରାଜସ୍ଥାନରୁ ଆସିଥିବା ବେଳେ ତଦନ୍ତ ଜାରି ରହିଥିବା CT GST ସୂତ୍ରରୁ ଜଣାପଡ଼ିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!