ଲଘୁଚାପ ପ୍ରଭାବରେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର,୧୩ା୯:ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ । ଏପରିକି ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ବି ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ପଶ୍ଚିମବଙ୍ଗ ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ (ଡିପ୍ରେସନ)ରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୧୩ରୁ ୧୬ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଲଘୁଚାପ ଯୋଗୁ ୧୪ ରୁ ୧୬ ତାରିଖ ଯାଏ ମଧ୍ୟ ପ୍ରଦେଶ ଓ ଛତିଶଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ମହାନଦୀ ଫୁଲିଲେ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆକଳନ କରାଯାଇଛିି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଅଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!