ପୁରୀ,୧୩।୯:ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ରହିଛି। ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ । ୩ ମାସ ଯାଏଁ କୁକୁଡ଼ା ଚାଷ ଉପରେ ପୁରୀ ପ୍ରଶାସନ କଟକଣା ଲଗାଇଛି । ପିପିଲି, ଡେଲାଙ୍ଗ, ନିମାପଡ଼ା, ସତ୍ୟବାଦୀରେ କୁକୁଡ଼ା ଚାଷ ବନ୍ଦ ରହିବ । ସଂକ୍ରମିତ ଅଞ୍ଚଳର ୧ କିଲୋମିଟର ଭିତରେ କୁକୁଡ଼ା ଚାଷ ହେବନି । ୧ରୁ ୧୦ କିମି ବ୍ୟାସାର୍ଦ୍ଧରେ କୁକୁଡ଼ା ବାହାରକୁ ପଠାଯିବନି । ୧୫ ଦିନରେ ଥରେ କୁକୁଡ଼ା ନମୁନା ପରୀକ୍ଷା କରାଯିବ । ନେଗେଟିଭ୍ ଆସିଲେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ଏଥିସହ ସଂକ୍ରମିତ ଅଞ୍ଚଳର ୧ କିମି ଭିତରେ କୁକୁଡ଼ା ଚାଷ ନ କରିବାକୁ କୁହାଯାଇଛି। ଏତ୍ବ୍ୟତିତ୧୦ କିମି ବ୍ୟାସାର୍ଦ୍ଧରେ କୁକୁଡ଼ା ବାହାରକୁ ପଠା ନ ଯିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କୁକୁଡା ଚାଷୀମାନେ ୧୫ ଦିନରେ ଥରେ କୁକୁଡ଼ା ନମୁନା ପରୀକ୍ଷା କରିବା ପାଇଁ କୁହାଯାଇଛି। ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଥିବାରୁ ଫାର୍ମ ମାଲିକମାନେ ଚିନ୍ତାରେ ପଡ଼ି ଯାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |