ନୂଆଦିଲ୍ଲୀ,୧୩।୯: ଏକ୍ସାଇଜ ପଲିସି ମାମଲା ସହ ଜଡିତ ଅଭିଯୋଗରେ ସୁପ୍ରିମକୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୬ ମାସ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ । ସିବିଆଇ ପଞ୍ଜୀକୃତ ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି । ଶୁକ୍ରବାର ଦୁଇଟି ଆବେଦନ ଉପରେ ସୁପ୍ରିମକୋର୍ଟ ରାୟ ଦେଇଛନ୍ତି । ପ୍ରଥମ ଆବେଦନ ଉପରେ କୋର୍ଟ ସିବିଆଇ ଗିରଫକୁ ବୈଧ ବୋଲି ବିବେଚନା କରିଥିଲେ । ସେହିପରି ଦ୍ୱିତୀୟ ଆବେଦନ ଉପରେ ବିଚାର କରି ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି ।ଇଡି ଗିରଫଦାରୀ ବିରୋଧରେ ସର୍ବୋଚ୍ଚ ଅଦାଲତରେ ଦ୍ୱାରସ୍ଥ ହୋଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ। ଉକ୍ତ ମାମଲାରେ କେଜ୍ରିୱାଲଙ୍କୁ ପୂର୍ବରୁ ଜାମିନ ମିଳିଥିବା ବେଳେ ଏବେ ସୁପ୍ରିମକୋର୍ଟ ତାଙ୍କୁ ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାରେ ଜାମିନ ପ୍ରଦାନ କରିଛନ୍ତି। ୧୦ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକା ବଦଳରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି।ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଥିବା ବେଳେ ଏଥିନିମନ୍ତେ କିଛି ସର୍ତ୍ତ ବି ଲାଗୁ କରିଛନ୍ତି। ଜେଲ୍ରୁ ମୁକୁଳିବା ପରେ କେଜ୍ରିୱାଲ ନିଜ କାର୍ଯ୍ୟାଳୟକୁ ଯାଇ ପାରିବେନି କି କୌଣସି ଫାଇଲ୍ରେ ଦସ୍ତଖତ କରି ପାରିବେନି। ସାର୍ବଜନୀନ ସ୍ଥାନରେ ଏହି ମାମଲାରେ ସେ କୌଣସି ବୟାନ ବା ଟିପ୍ପଣୀ ଦେଇ ପାରିବେନି ବୋଲି ବି ତାଗିଦ କରିଛନ୍ତି ସୁପ୍ରିମକୋର୍ଟ ।ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ଜ୍ୱଳ ଭୂୟାଁଙ୍କୁ ନେଇ ଗଠିତ ଖଣ୍ଡପୀଠ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଇଡି ମାମଲାରେ ପୂର୍ବରୁ କେଜ୍ରିୱାଲଙ୍କୁ ଜାମିନ ମିଳିଥିବା ବେଳେ ଏବେ ସିବିଆଇ ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |