ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର,୧୩।୯: ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାପାଳ ଶନିବାର ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି।ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତାକାଲି ବନ୍ଦ ରହିବ ସମସ୍ତ ସ୍କୁଲ୍‌। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି।ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରି ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବାଂଲାଦେଶ ଉପକୂଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଗତି କରି ଆସନ୍ତାକାଲି ସୁଦ୍ଧା ପଶ୍ଚିମ ବଙ୍ଗ ଉପକୂଳ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଏବଂ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!