ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ,ଭୁବନେଶ୍ୱରରେ SPG ଟିମ୍

ଭୁବନେଶ୍ୱର,୧୪ା୯:ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୧୭ରେ ମୋଦି ଭୁବନେଶ୍ୱର ଆସିବେ।  ଏଥିପାଇଁ ଚଳଚଞ୍ଚଳ ହୋଇଛି ପ୍ରଶାସନିକ ।    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଦିଲ୍ଲୀରୁ  SPG ଟିମ୍  ଓଡ଼ିଶା ଆସିଛନ୍ତି।  ଗତକାଲି  ୮ ଜଣିଆ SPG ଟିମ୍ ସଦସ୍ୟ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ।ପ୍ରଧାନମନ୍ତ୍ରୀଙ୍କ ଗସ୍ତର ପ୍ରମୁଖ ସୁରକ୍ଷା ଦାୟିତ୍ୱରେ ରହିବେ ଏହି ଟିମ୍।ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରେ ପହଞ୍ଚିବା ଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ପୁରା ସୁରକ୍ଷା ଭାର ସମ୍ଭାଳିବ ଏସପିଜି।  ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରେ ପହଞ୍ଚିବାଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ପୂରା ସୁରକ୍ଷା ଭାର ସମ୍ଭାଳିବ ଏସପିଜି। ଆଜି SPG ଟିମ୍ ଭେନ୍ୟୁ ସ୍ଥଳ ଜନତା ମଇଦାନ ଯାଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବା କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି କରାଯାଇଛି । ଲୋକସଭା ଭବନରେ ଅନୁଷ୍ଠିତ ହୋଇଛି ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁରୂପେ ସାରିିବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଡିଜିପି ଓ ଆଇଜିପିଙ୍କୁ ଆଇନ ଶୃଙ୍ଖଳା  ଓ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅନ୍ୟ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜନ ଗହଳିକୁ ଦୃଷ୍ଟିରେ ରଖି ଜନସାଧାରଣ ଯେପରି କାର୍ଯ୍ୟକ୍ରମକୁ ଦେଖିପାରିବେ, ସେଥିପାଇଁ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଏଲଇଡି ବ୍ୟବସ୍ଥା କରାଯିବ। ତାସହ ଭିଡ ନିୟନ୍ତ୍ରଣ ପାଇଁ ୫୦ ଜଣ ଓଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି।ସେହିଭଳି ୩ ଦିନ ଯାଏଁ ହେଡ୍ କ୍ୱାର୍ଟର ଛାଡ଼ି ଯାଇପାରିବେନି ସରକାରୀ ବାବୁ ଏଭଳି ନିର୍ଦେଶନାମା ଜାରି କରାଯାଇଛି। ଛୁଟି ଦିନରେ ବି ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ପଡ଼ିବ। ଆବଶ୍ୟକ ପଡ଼ିଲେ ସର୍ଟ ନୋଟିସରେ ତୁରନ୍ତ ଅଫିସରେ ହାଜର ହେବାକୁ ପଡ଼ିବ। ଏନେଇ GA ଡିପାର୍ଟମେଣ୍ଟ ବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନୋଟିସ୍ ଜାରି ହୋଇଛି। ସେପ୍ଟେମ୍ବର ୧୪ରୁ ୧୬ ଅର୍ଥାତ ଆଜିଠାରୁ ସେପ୍ଟେମ୍ବର ୧୬ ତାରିଖ ଯାଏଁ କୌଣସି ସରକାରୀ ଅଧିକାରୀ ହେଡ କ୍ୱାର୍ଟର ଛାଡ଼ି ଯାଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି।ଆଜି ମାସର ଦ୍ୱିତୀୟ ଶନିବାର ହୋଇଥିବା ବେଳେ କାଲି ରବିବାର ଏବଂ ସୋମବାର ମହାପୁରୁଷ ମହମ୍ମଦଙ୍କ ଜନ୍ମ ଦିବସ ଥିବାରୁ ସରକାରୀ ଛୁଟି ରହିଛି। ଏହା ସତ୍ତ୍ୱେ ମଧ୍ୟ ଛୁଟି ଦିନରେ ବି ହେଡ୍ କ୍ୱାର୍ଟର ଛାଡ଼ି ନଯିବା ଲାଗି ସରକାରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ରହିଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!