ଶ୍ରୀନଗର,୧୪ା୯: ଜମ୍ମୁ-କଶ୍ମୀରରେ ଘଟିଥିବା ଏନ୍କାଉଣ୍ଟରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଜମ୍ମୁ ଓ କାଶ୍ମୀରରେ ପୁଣି ଏନକାଉଣ୍ଟର। ପୃଥକ ଏନକାଉଣ୍ଟରରେ ୨ ସେନା ଯବାନ ସହିଦ ହୋଇଥିବା ବେଳେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ ଓ କାଶ୍ମୀର କଠୱାରେ ସୁରକ୍ଷାବଳଙ୍କ ଗୁଳିରେ ୨ ଆତଙ୍କୀ ଟଳିଛନ୍ତି। ତେବେ କିସ୍ତୱାଡ଼ରେ ଆଉ ଏକ ଏନକାଉଣ୍ଟରରେ ଦୁଇ ସେନା ଯବାନ ସହିଦ ହୋଇଛନ୍ତି। ସେହିପରି ଏନକାଉଣ୍ଟରରେ ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି।କିସ୍ତୱାଡ ଚଟରୁ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ଗୁଳିବିନିମୟ ହୋଇଛି। ଏହି ସମୟରେ ଆତଙ୍କବାଦୀଙ୍କ ଗୁଳିରେ ୪ ଯବାନ ଆହତ ହୋଇଥିଲେ। ପରେ ଆହତ ଯବାନଙ୍କ ମଧ୍ୟରୁ ୨ ଜଣ ସହିଦ ହୋଇଥିବା ଜଣାପଡ଼ିଛି। ଏନକାଉଣ୍ଟର ପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାସ୍ତାରେ ଯାଆସ କରୁଥିବା ବିଭିନ୍ନ ଗାଡ଼ିମୋଟରକୁ ତନ୍ନତନ୍ନ କରି ଯାଞ୍ଚ କରୁଛନ୍ତି ସୁରକ୍ଷାକର୍ମୀ।ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଗତକାଲି ରାତିରେ ଏହି ଅପରେସନ ହୋଇଥିଲା। ଏବେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।ଅନ୍ୟପଟେ ଗତକାଲି ମଧ୍ୟ କଠୁଆ ଅଞ୍ଚଳରେ ଏନକାଉଣ୍ଟର ହୋଇଥିଲା। ସେନାର ରାଇଜିଂ ଷ୍ଟାର କର୍ପସ ୟୁନିଟର ସୈନ୍ୟମାନେ ଦୁଇ ଜଣ ଆତଙ୍କବାଦୀଙ୍କୁ ସଫା କରିଥିଲେ। କିଛି ଦିନ ହେବ ଜମ୍ମୁ କଶ୍ମୀରରେ ଆତଙ୍କୀ ହମଲା ବୃଦ୍ଧି ପାଉଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |