ଭୁବନେଶ୍ୱର,୧୫ା୯: ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଟ୍ରେନ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝର ଗଡ଼,ନୟାଗଡ଼, ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ। ଏହାର ଶୁଭାରମ୍ଭ ବେଳେ ବ୍ରହ୍ମପୁର ରେଳ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ଥିଲେ।ସେହିପରି ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱଡ଼ା ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଓ ଖଡ଼ଗପୁରରେ ଅଟକିବ ବୋଲି ସୂଚନା ମିଳିଛି। ଏହାର ଶୁଭାରମ୍ଭ ବେଳେ ରାଉରକେଲା ଷ୍ଟେସନରେ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |