‘ସୁଭଦ୍ରା’ ପାଇଁ କର୍ମଚାରୀଙ୍କ ୩ ଦିନିଆ ଛୁଟି ବାତିଲ

ଭୁବନେଶ୍ୱର, ୧୫ା୯: ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ରେ ଭୁବନେଶ୍ୱର ଆସିବେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ କାର୍ଯ୍ୟ ହାତକୁ ନିଆଯାଇଛି। ସେହିପରି ରବିବାର ବିଏମ୍‌ସି ପକ୍ଷରୁ ସୁଭଦ୍ରା ଯୋଜନା ନେଇ ସଚେତନ କରିବାକୁ ପଦଯାତ୍ରାର ଆୟୋଜନ କରାଯାଇଛି। ଆସନ୍ତା ୧୭ ତାରିଖ ମଙ୍ଗଳବାର ଭୁବନେଶ୍ୱରରେ ସ୍କୁଲ୍‌ ଓ କଲେଜ ଛୁଟି ରହିବ। ଏଥି ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକ ମଙ୍ଗଳବାର ପ୍ରଥମାର୍ଦ୍ଧ ଅର୍ଥାତ ସକାଳୁ ଦିନ ୨ଟା ପର୍ଯ୍ୟନ୍ତ ଛୁଟି ରହିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।ସେପ୍ଟେମ୍ୱର ୧୭ ତାରିଖ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଯାହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସମସ୍ତ  ସ୍କୁଲ ଓ କଲେଜ ଗୁଡିକ ସେହିଦିନ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି। ଏଥି ସହିତ ସେହି ଦିନ ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ)କୁ ଛୁଟି ଘୋଷଣା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!