ଗଭୀର ଅବପାତ: ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୫ା୯: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ପ୍ରବଳ ବର୍ଷା ନେଇ ରବିବାର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି।ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ୩ ଜିଲ୍ଲା ସମେତ ଅନ୍ୟ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁଯାୟୀ, ଗଭୀର ଅବପାତ ଆସନ୍ତାକାଲି (୧୫ ତାରିଖ) ପୂର୍ବାହ୍ନ ଯାଏଁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଦୁର୍ବଳ ହେବା ସହ ଅବପାତର ରୂପ ନେଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ଉପରୋକ୍ତ ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ମୟୂରଭଞ୍ଜ, ବରଗଡ଼, ସୋନପୁର, ଅନୁଗୋଳ, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!