ପୁରୀ,୧୫ା୯ :ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି । ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ।ପବିତ୍ର ଭାଦ୍ରବ ଶୁକ୍ଳପକ୍ଷର ଶ୍ରବଣା ଦ୍ୱାଦଶୀ ତିଥି। ଏହି ତିଥିର ମାହାତ୍ମ୍ୟ ହେଉଛି ଶ୍ରୀଦିବ୍ୟସିଂହ ଦେବ ମହାରାଜାଙ୍କ ନୂତନ ଅଙ୍କ ଆରମ୍ଭ, ସୁନିଆଁ, ସର୍ବସମ୍ମତ ବାମନ ଜନ୍ମ, ଶ୍ରୀମନ୍ଦିରରେ ବାମନ ଜନ୍ମ, ଶକ୍ରଧ୍ୱଜ ଉତ୍ଥାପନ, ଇନ୍ଦ୍ରଧ୍ୱଜ ପୂଜା, ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ, ବୈଷ୍ଣବସମ୍ମତ ବିଜୟା ଏକାଦଶୀ ଉପବାସ। ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ପରମ୍ପରା ଅନୁଯାୟୀ ମଧ୍ୟାହ୍ନ ଧୂପ ଚ୍ଛେକ ଆସିବା ପରେ ଭିତରୁ ଜୟ ବିଜୟ ଦ୍ଵାର ବନ୍ଦ କରାଯିବ। ଶାସ୍ତ୍ରୀୟ ବିଧି ଅନୁଯାୟୀ ବାମନ ଜନ୍ମ ନୀତି ପାଳନ କରାଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |