ମହଙ୍ଗା ହେଲା ଖାଇବା ତେଲ

ଭୁବନେଶ୍ବର,୧୬।୯:  ଆଳୁ ପିଆଜ ପରେ  ତେଲ ମହଙ୍ଗା ହୋଇଛି । କେନ୍ଦ୍ର ସରକାର ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇଥିଲେ ଯାହା ଗ୍ରାହାକଙ୍କ ଉପରେ ପ୍ରଭାବ ପକାଉଛି। ଶୁଳ୍କ ବୃଦ୍ଧି ଫଳରେ ଖୁଚୁରା ବଜାରରେ ବିଭିନ୍ନ ପ୍ରକାର ଖାଇବା ତେଲ ଦରରେ ୨୦ ଟଙ୍କା ବୃଦ୍ଧି ଘଟିଛି।ରବିବାର ସୋରିଷ ତେଲ ଦର ଲିଟର ପିଛା ୧୪୦ ଟଙ୍କା ଥିବାବେଳେ ସୋମବାର ଏହା ୧୬୦ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ବିଭିନ୍ନ ପ୍ରକାର ରିଫାଇନ ତେଲ ପୂର୍ବରୁ ଲିଟର ପିଛା ୧୦୮ ଟଙ୍କାରେ ବିକ୍ରି ହେଉଥିବାବେଳେ ଆଜି ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଭଳି ଉଚ୍ଚଦାମରେ ବିକ୍ରି ହେଉଛି।ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୧୩ ତାରିଖରେ ପାମୋଲିନ, ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲ ଉପରେ ୨୦ ପ୍ରତିଶତ ମୂଳ ଆମଦାନୀ ଶୁଳ୍କ ଲଗାଇବା ସହିତ ତାହାକୁ ୧୪ ତାରିଖରୁ ଲାଗୁ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାଦ୍ବାରା ଅଶୋଧିତ ଖାଇବା ତେଲ ଉପରେ ପ୍ରଭାବୀ ଆମଦାନି ଟିକସ ୫.୫ ପ୍ରତିଶତ ପରିବର୍ତ୍ତେ ୨୭.୫ ପ୍ରତିଶତକୁ ବଢ଼ିଯାଇଛି। ସେହିଭଳି ରିଫାଇନ ଖାଇବା ତେଲର ପ୍ରଭାବୀ ଆମଦାନୀ ଶୁଳ୍କ ୧୩.୭୫ ପ୍ରତିଶତ ପରିବର୍ତ୍ତେ ୩୫.୭୫ ପ୍ରତିଶତକୁ ବୃଦ୍ଧି ପାଇଛି ।ଆମଦାନୀ ଶୁଳ୍କ ବୃଦ୍ଧିର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ସିଧାସଳଖ ପଡ଼ିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!