ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୯:ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ। ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଛି ଭବ୍ୟ ଆୟୋଜନ। ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ 4ଟି ସେଡ୍ କରାଯାଇଛି। ଏଥିରେ ସୁଭଦ୍ରା ହିତାଧିକାରୀ, ଭିଆଇପି, ଭିଭିଆଇପିଙ୍କ ସମେତ ନେତା ,ମନ୍ତ୍ରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ବସିବାର ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଛନ୍ତି। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!