ମୋଦିଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା , ଜଗିଛନ୍ତି ୮୧ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୭।୯:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ରାଜଧାନୀ । ରାଜଧାନୀ ଭୁବନେଶ୍ୱର ଏକ ପ୍ରକାର ପୁଲିସ୍‌ ଛାଉଣିରେ ପରିଣତ ହୋଇ ଯାଇଛି।ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି।  ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା। ବିମାନବନ୍ଦରରୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି। ପିଏମ୍ ଙ୍କ କାରକେଡ୍ ଯେଉଁବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ୍ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ଆଡଭାଇଜରୀ ଜାରି ହୋଇଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ ରାସ୍ତାରେ କଟକଣା ଜାରି ହୋଇଛି।ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତାରେ ଜଗି ରହିଛନ୍ତି ବହୁ ସଂଖ୍ୟାରେ ପୁଲିସ୍‌। ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି।ପିଏମ୍‌ଙ୍କ କାରକେଡ୍ ଯେଉଁ ବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୁଲିସ୍ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଏଥିରେ ସାମିଲ ହେବେ । ବ୍ୟାପକ ମହିଳା ପୁଲିସ କର୍ମଚାରୀଙ୍କ ସହ ସାଦା ପୋଷାକଧାରୀ ପୁଲିସ୍ ବି ମୁତୟନ ହେବେ।ଅନ୍ୟପକ୍ଷେ ମୋଦିଙ୍କୁ କ୍ଷିରୀ ଖାଇବାକୁ ଦେବେ ମହିଳା। ଗାଡ଼କଣ ଗାଁକୁ ଯିବା ଅବସରରେ ତାଙ୍କୁ ଏହି କ୍ଷିରୀ ଖାଇବାକୁ ଦିଆଯିବ । ପିଏମ୍‌ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଏନେଇ ପ୍ରସ୍ତୁତି ଚାଲିଛି। ତାଙ୍କ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଛନ୍ତି। ଏନେଇ ସେ ବେଶ ଖୁସି ଅଛନ୍ତି। ତାଙ୍କ ହାତର କ୍ଷିରୀ ମୋଦି ଖାଇବେ ଏହା ତାଙ୍କ ପାଇଁ ବୋହୂତ ବଡ଼ କଥା ବୋଲି ସେ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!