୭୪ବର୍ଷରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭।୯:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଜନ୍ମଦିନ। ୭୪ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୁଟିଛି ଶୁଭେଚ୍ଛାର ସୁଅ।ଏହାକୁ ନେଇ ଭାଜପା ନେତା, କର୍ମୀ ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ସବର ପରିବେଶ ରହିଛି। ଲୋକ ସଭା ନିର୍ବାଚନରେ ତୃତୀୟ ଥର ପାଇଁ ବିଜୟୀ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଗୋଟିଏ ପରେ ଗୋଟିଏ ବଡ ନିଷ୍ପତ୍ତି ନେଉଛନ୍ତି। ତାଙ୍କର ଦଶ ବର୍ଷ କାର୍ଯ୍ୟକାଳ ମଧ୍ୟରେ, ସେ ତାଙ୍କରଐତିହାସିକ ନିଷ୍ପତ୍ତି ମାଧ୍ୟମରେ ଏକ ଲମ୍ବା ଯାତ୍ରା କରିଛନ୍ତି।ଜନ୍ମଦିନ ଅବସରରେ ଭୁବନେଶ୍ୱରର ଆସୁଥିବା ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି ମୋଦୀ। ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ପ୍ରଥମ କିସ୍ତି ବାଣ୍ଟିବେ। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!