ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଆସିଛି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଭୁବନେଶ୍ୱରରେ ପହଞ୍ଚି ଜନତା ମୈଦାନରେ ଏହି ଯୋଜନାର ଶୁଭାରମ୍ଭ କରି କହିଛନ୍ତି ଯେ ଆଗାମୀ ଦିନରେ ଓଡିଶାର ମହିଳାମାନଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟର ବିକାଶର ମୂଳମନ୍ତ୍ର ହେବ।ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ସବୁଠି ଖୁସି ଓ ଆନନ୍ଦର ପରିବେଶ ଦେଖିବାକୁ ମିଳିଥିଲା। ଭୁବନେଶ୍ୱରରେ ଲକ୍ଷାଧିକ ମହିଳା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମା’ମାନଙ୍କ ମୁହଁରେ ଖୁସିର ଲହରୀ ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ ଯେ, ଏହି ଯୋଜନା ରାଜ୍ୟର ସବୁଠାରୁ ବଡ, ବ୍ୟକ୍ତିଗତ ମହିଳାକୈନ୍ଦ୍ରିକ ଯୋଜନା। ଏଥିରେ ୫ ହଜାର ଟଙ୍କା ଲେଖାଏଁ ଦୁଇଟି କିସ୍ତିରେ ପ୍ରତି ବର୍ଷ ୧୦ ହଜାର ଟଙ୍କା ଦିଆଯିବ। ୫ ବର୍ଷରେ ମିଳିବ ୫୦ ହଜାର ଟଙ୍କା । ଗୋଟିଏ କିସ୍ତି ଆନ୍ତର୍ଜାତିକ ମହିଳା ଦିବସ ମାର୍ଚ୍ଚ ୮ ତାରିଖ ଏବଂ ଦ୍ୱିତୀୟ କିସ୍ତି ରାକ୍ଷୀ ପୂର୍ଣ୍ଣିମା ଦିନ ଦିଆଯିବ।ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ ଟିପି ରାଜ୍ୟର ୨୫ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |