ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ । ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ କେଜ୍‌ରିୱାଲ ଏହି ନିଷ୍ପତି ନେଇଥିଲେ।ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ଅପରାହ୍ଣରେ ସେ ଦିଲ୍ଲୀର ଉପରାଜ୍ୟପାଳ ଭି.କେ.ସାକ୍ସେନାଙ୍କ ବାସଭବନରେ ପହଞ୍ଚି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଉପରାଜ୍ୟପାଳଙ୍କୁ ନିଜର ଇସ୍ତଫାପତ୍ର ଦେବା ସହ ଆପ ନେତ୍ରୀ ଅତିସୀ ମାର୍ଲେନାଙ୍କୁ ବିଧାୟକଙ୍କ ସମର୍ଥନ ସଂପର୍କିତ ପତ୍ର ବି କେଜ୍ରିଓ୍ବାଲ ପ୍ରଦାନ କରିଛନ୍ତି ।ବିଧାୟକ ଦଳ ବୈଠକରେ ଆତିଶୀଙ୍କୁ ନେତା ଚୟନ କରାଯିବା ସଂପର୍କରେ ସେ ଉପରାଜ୍ୟପାଳଙ୍କୁ ଅବଗତ କରାଇଛନ୍ତି । ଏହାପରେ ଆତିଶୀ ମାର୍ଲେନା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ଦାବି ଉପସ୍ଥାପନ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!