ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତା ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ। ଆଜି ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା । ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୁରିବା ଅବସରରେ ପୁରୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା । ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କଲେ । ହେଲେ ଆମ ସରକାରର ସଂକଳ୍ପ ପତ୍ର ହେଉଛି ଧର୍ମଗ୍ରନ୍ଥ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସଂକଳ୍ପ ପତ୍ରରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରା କରିଛୁ, କରିବୁ ମଧ୍ୟ। ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ସହ ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ। ପୂର୍ବ ସରକାର ଅଭିଯୋଗ ଶୁଣୁନଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ । ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ହେଲେ ଆଗାମୀ ଦିନରେ ସବୁ ଜିଲ୍ଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ ।ସେହିପରି ଶହେ ଦିନ ପୂର୍ତ୍ତିରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ପୂର୍ବ ସରକାର ଦୁର୍ନୀତି ଅଭିଯୋଗରେ କେବଳ କିରାଣିଙ୍କୁ ଦଣ୍ଡ ଦେଉଥିଲେ । ଆମ ସରକାର ଲାଞ୍ଚ ଓ ଦୁର୍ନୀତି ମାମଲାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୫୮ ଜଣ ଦୁର୍ନୀତିଖୋର ଅଫିସରଙ୍କୁ ଗିରଫ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |