ଭୁବନେଶ୍ୱର,୨୦ା୯:ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ୩ ଦିନରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ ଟା ୨୦ମିନିଟ୍ରେ ରିଜର୍ଭ ପଡ଼ିଆ ହେଲିପ୍ୟାଡ଼ରେ ଅବତରଣ କରିବା ପରେ ବାଇକ ରାଲିରେ ଅଡିଟୋରିୟମ ହଲରେ ପହଞ୍ଚିବେ। ସେଠାରେ ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ। ପରେ ସ୍ଥାନୀୟ ହୋଟେଲରେ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |