ଭରତପୁର ଥାନା କାଣ୍ଡ;ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର,୨୦।୯: ଭୁବନେଶ୍ୱର ସ୍ଥିତ ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର ମାମଲାରେ ନିଲମ୍ବିତ IIC ଦିନକୃଷ୍ଣ ମିଶ୍ର ଓ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି। ମେଜରଙ୍କ ଲଖିତ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଏହି ମାମଲା ରୁଜୁ କରିଛି। କ୍ରାଇମବ୍ରାଞ୍ଚ କେସ୍ ନଂ ୧୧/୨୦୨୪ରେ ଅପରାଧିକ ମାମଲା ରୁଜୁ କରିଥିବା ଜଣାଯାଇଛି।ଏହି ଘଟଣାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସହ ଭରତପୁରରୁ ନିଲମ୍ବିତ ହୋଇଥିବା ଅନ୍ୟ ପୁଲିସ କର୍ମଚାରୀଙ୍କ ବିରୋଧରେ ରୁଜୁ ହେଲା ଅପରାଧିକ ମାମଲା। ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ୍। ଯୌନ ନିର୍ଯାତନା ଭଳି ସଙ୍ଗୀନ ଦଫାରେ ହେଲା ମାମଲା ରୁଜୁ। ମେଜର ଗୁରୁବନ୍ସ ସିଂହଙ୍କ ଲିଖିତ ଏତଲା ଆଧାରରେ କ୍ରାଇମବ୍ରାଞ୍ଚ୍ ରୁଜୁ କଲା ମାମଲା । କେସ ନମ୍ୱର୍ 11/2024 ରେ ରୁଜୁ ହେଲା ମାମଲା । ଅପରାଧୀ ଭଳି ଜେରା ହେଲେ ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ତାଙ୍କ ସହଯୋଗୀ। ଗତକାଲି ସାଙ୍ଘାତିକ ଅଭିଯୋଗ ଆଣିଥିଲେ ମେଜରଙ୍କ ବାନ୍ଧବୀ । ପୁଲିସର ବର୍ବରତା କଥା କହିବା ବେଳେ ସେ ଭୋ ଭୋ ହୋଇ କାନ୍ଦିଥିଲେ। ଚରମ ସୀମାରେ ପୁଲିସ ବର୍ବରତା ପହଞ୍ଚିଥିବା ଖବର ଆସିବା ପରେ ଅପରାଧିକ ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ।କିଛି ଦିନ ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜି ଡିଜି ୱାଇ.ବି. ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ପରେ କ୍ରାଇମବ୍ରାଞ୍ଚ ଭରତପୁର  ଥାନାକୁ ଯାଇ ଖୋଳତାଡ଼ କରିବା ସହ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା। ଏବେ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!