ନୂଆଦିଲ୍ଲୀ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତରେ ଯାଇ ‘କ୍ୱାଡ୍ ସମ୍ମିଳନୀ’ରେ ଯୋଗ ଦେଇଛନ୍ତି। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ। ତିନି ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାର୍ଷିକ କ୍ବାଡ୍ ସମ୍ମିଳନୀରେ ଯୋଗ ଦେବେ ପିଏମ ମୋଦି। ଏଥି ସହ ପ୍ରଧାନମନ୍ତ୍ରୀଙ୍କ ଏଜେଣ୍ଡାରେ ରହିଛି ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ। ଚଳିତ ଥର ବାଇଡେନଙ୍କ ହୋମ୍ ଟାଉନ ୱିଲମିଂଟନରେ ଅନୁଷ୍ଠିତ ହେଉଛି ଷଷ୍ଠ କ୍ବାଡ୍ ସମ୍ମିଳନୀ ଯେଉଁଠି ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆର ଶୀର୍ଷ ନେତୃତ୍ବ ଏକାଠି ହେବେ।ବିଶ୍ବର ମଙ୍ଗଳ ପାଇଁ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ଉପରେ ହେବ ମାନସମନ୍ଥନ । ଏହି କ୍ବାଡ୍ ସମ୍ମିଳନୀ ଭାରତ ପାଇଁ ବିଶେଷ ଗୁରୁତ୍ବ ବହନ କରୁଛି । ଆଗାମୀ କ୍ବାଡ୍ ସମ୍ମିଳନୀର ଆୟୋଜନ ଭାରତ କରିବାକୁ ଯାଉଛି । ତେବେ ଏହି ଗସ୍ତ ବେଳେ ପିଏମ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବା ସହ ପ୍ରବାସୀ ଭାରତୀୟଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |