ନୂଆଦିଲ୍ଲୀ,୨୧।୯: ଆମ୍ ଆଦ୍ମୀ ପାର୍ଟି (ଆପ୍) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାରରେ ମନ୍ତ୍ରୀ ଥିବା ଗୋପାଳ ରାୟ, କୈଳାସ ଗେହଲଟ, ସୌରଭ ଭରଦ୍ୱାଜ ଏବଂ ଇମ୍ରାନ୍ ହୁସେନ୍ ମନ୍ତ୍ରୀ ଭାବେ ଶପଥ ନେବାକୁ ଥିବାବେଳେ ନୂଆ କ୍ୟାବିନେଟରେ ଦଳର ୨ ବିଧାୟକ ସାମିଲ ହେବେ ବୋଲି ଜଣାପଡ଼ିଛି।ରାଜଭବନରେ ଆତିଶୀଙ୍କ ସହ ୫ ନୂଆ କ୍ୟାବିନେଟ୍ ମନ୍ତ୍ରୀ ମଧ୍ୟ ଶପଥ ନେବେ। ଗୋପାଳ ରୟ, ସୌରଭ ଭରଦ୍ୱାଜ, କୈଳାଶ ଗେହଲଟ, ଇମ୍ରାନ ହୁସେନ ଓ ମୁକେଶ ଅହଲାବତ ମନ୍ତ୍ରୀ ଭାବେ ଶପଥ ନେବେ।ଅରବିନ୍ଦ କେଜ୍ରିୱାଲ ମଙ୍ଗଳବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀ ଦ୍ୱାରା ସରକାର ଗଠନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଥିଲା। ଏହାକୁ ରାଷ୍ଟ୍ରପତି ମଞ୍ଜୁରୀ ପ୍ରଦାନ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |