ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି।ଉତ୍ତର ଆଣ୍ଡାମାନ ସମୁଦ୍ରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ପ୍ରଭାବରେ ସୋମବାର ସୁଦ୍ଧା ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା କ୍ରମଶଃ ବଙ୍ଗୋପସାଗରରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ବର୍ଷା ହେବ ବୋଲି ରବିବାର ଲାଗି ୧୭ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୋମବାର ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପାଣିପାଗ ବିଭାଗ ସୂଚନା ମିଳିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |