ଭୁବନେଶ୍ୱର,୨୩।୯:ଆଜି ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଭିଡ଼କୁ ଦୃଷ୍ଟିରେ ରଖି କେବଳ ଅନଲାଇନରେ ପଞ୍ଜିକରଣ କରିଥିବା ଲୋକମାନେ ହିଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପାରିବେ। ମୋଟ ହଜାରେ ଜଣ ଅନଲାଇନରେ ପଞ୍ଜିକରଣ କରିଛନ୍ତି। ଆଜି ସେମାନଙ୍କର ହିଁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ସକାଳୁ ସକାଳୁ ଅଭିଯୋଗକାରୀଙ୍କ ଭିଡ଼ ଜମିଲାଣି।ଏହାବ୍ୟତୀତ ଆଜି ଯେଉଁମାନେ ଆସୁଛନ୍ତି ସେମାନେ ଅଣ ପଞ୍ଜିକୃତଙ୍କ ପାଇଁ ଖୋଲାଯାଇଥିବା କାଉଣ୍ଟରରେ ପଞ୍ଜିକରଣ କରାଇ ସ୍ୱୀକୃତି ନେଇପାରିବେ।ମାତ୍ର ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ପାଇବେନି ଅଣପଞ୍ଜିକୃତ ଅଭିଯୋଗକାରୀ। ୬ ସପ୍ତାହ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |