ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ କରାଯିବ । ୬୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ। ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ବିତ ହେବ। ।ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ (Court Monitored Investigation) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏହି ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି ।ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେଥ) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |