ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ସମ୍ଭାବନା ରହିଛି।ମୌସୁମୀ ଟ୍ରପ୍ ଲାଇନ୍ ବଙ୍ଗୋପସାଗରର ଦକ୍ଷିଣପୂର୍ବ ଦିଗରେ ଅଗ୍ରସର ହେଉଛି। ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ସୋମବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ହେଉଥିବାବେଳେ ଆଗକୁ ବର୍ଷା ପରିମାଣ ବଢ଼ିବ ଓ ୨୭ ତାରିଖ ଯାଏ ବର୍ଷା ଜାରି ରହିବ। ଅନ୍ୟପକ୍ଷରେ ଆସନ୍ତା ୨୩ରୁ ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଫେରିବା ନେଇ ସ୍ଥିତି ଅନୁକୂଳ ହେଉଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |