କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ଭୁବନେଶ୍ୱର,୨୪।୯: ଯୌନ ନିର୍ଯାତନା ରୋକିବାକୁ ଆକ୍ସନ ମୋଡରେ ଉଚ୍ଚଶିକ୍ଷା ବିଭାଗ । ଉଚ୍ଚ ଶିକ୍ଷାନୁଷ୍ଠାନରେ ଗଠନ ହେବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି । ତେବେ କମିଟି ଅଛି କି ନାହିଁ, ବିସ୍ତୃତ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ୭ ଦିନ ଭିତରେ ଆଇସିସି ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ବାଣୀବିହାରରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଉଚ୍ଚଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛନ୍ତି। ବିଶ୍ବବିଦ୍ୟାଳୟର କୁଳସଚିବ ଓ କଲେଜ ଅଧ୍ୟକ୍ଷ ମାନେ ୩୦ ତାରିଖ ସୁଦ୍ଧା ବିଭାଗକୁ ଆଇସିସି ନେଇ ଜଣାଇବେ।ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ସବୁ ନିର୍ଦ୍ଦେଶ ୧୬ଟି ବିଶ୍ୱବିଦ୍ୟାଳୟ, ୮୨୨ ମହାବିଦ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସମସ୍ତ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷଙ୍କୁ ଚିଠି କରାଯାଇଛି । ଶିକ୍ଷାନୁଷ୍ଠାନରେ ସୁରକ୍ଷିତ ପରିବେଶ ସୃଷ୍ଟି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୩୦ ସୁଦ୍ଧା ବିଭାଗ ନିକଟରେ ରିପୋର୍ଟ ଦାଖଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।ବାଣୀବିହାର ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଆକ୍ସନ ମୋଡରେ ଉଚ୍ଚଶିକ୍ଷା ବିଭାଗ। ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ସରକାରଙ୍କ ପ୍ରୟାସ। ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ରହିବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ଵବିଦ୍ୟାଳୟ ଏବଂ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ। ବିଶ୍ଵବିଦ୍ୟାଳୟ ର କୁଳସଚିବ ଓ କଲେଜ ଅଧ୍ୟକ୍ଷ ମାନେ ୩୦ ତାରିଖ ସୁଦ୍ଧା ବିଭାଗ କୁ ଆଇସିସି (Interal Complain Committee)ନେଇ ଜଣାଇବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!