ଏଥର ଡିଜେ-ମଦ ଓ ପ୍ଲାଷ୍ଟିକ ମୁକ୍ତ ପୂଜା

ଭୁବନେଶ୍ୱର,୨୪।୯:  ଏଥର ଡିଜେ, ମଦ ଓ ପ୍ଲାଷ୍ଟିକ ମୁକ୍ତ ହେବ ପୂଜା। ବଟି ମାଗିଲେ ବନ୍ଧାହେବେ ପୂଜା କମିଟି ସଦସ୍ୟ । ପ୍ରଥମ ଥର ପାଇଁ ସଦସ୍ୟଙ୍କୁ ଶପଥ ପାଠ କରାଇବ କମିଶନରେଟ ପୁଲିସ । ମୁତୟନ ହେବେ ମହିଳା ପୁଲିସ, ସିସିଟିଭିରେ ଛାଉଣୀ ହେବ ମଣ୍ଡପ । ଖୁସି ଓ ଉତ୍ସାହ ନେଇ ପୁଣି ଫେରିଛି ମହାପାର୍ବଣ ଦୁର୍ଗାପୂଜା । ଆଜିଠୁ ଆରମ୍ଭ ହୋଇଛି ମାଆଙ୍କ ଷୋଳପୂଜା। ଭୁବନେଶ୍ୱରରେ ଏଥର ଲୋକେ ଦେଖିବେ ୧୭୧ ଟି ମୃଣ୍ମୟୀ ମୂର୍ତ୍ତି । ପୂର୍ବବର୍ଷ ଭଳି ଧୂମଧାମରେ କିପରି ଦଶହରା ପାଳନ ହେବ ତାହାକୁ ନେଇ ଅଣ୍ଟା ଭିଡ଼ିଛି ପ୍ରଶାସନ। ଟ୍ରାଫିକ, ଲ ଆଣ୍ଡ ଅର୍ଡର, ପୁଲିସ ପାଇଁ ପାଲଟିଛି ବଡ଼ ଚ୍ୟାଲେଞ୍ଜ।ସେହିପରି ବିନା କେମିକାଲ ଓ ବିନା ପ୍ଲାଷ୍ଟିକରେ ମୂର୍ତ୍ତି ନିର୍ମାଣ କରିବାକୁ ଅନେକ ପୂଜା କମିଟି କହିଛନ୍ତି। ପୂଜା ମଣ୍ଡମରେ ଅନୁଷ୍ଠିତ ହେଉଥିବା ମେଲୋଡି କାର୍ଯ୍ୟକ୍ରମ ୧୦ ଟା ପରିବର୍ତ୍ତେ ୧୨ ଟା ସୁଦ୍ଧା ଶେଷ କରିବାକୁ କୁହାଯାଇଛି। ରାବଣ ପୋଡିବେଳେ ଶବ୍ଦ ପ୍ରଦୂଷଣ କରୁଥିବା ବାଣ ବ୍ୟବହାର ନକରିବାକୁ ନିବେଦନ କରାଯାଇଛି। ଭସାଣୀ ବେଳେ ଭାଇବ୍ରେଟ ମ୍ୟୁଜିକ, ଡିଜେ ବାରଣ କରାଯାଇଛି। ଅବକାରୀ ବିଭାଗକୁ ଚୋରା ମଦ କାରବାର ରୋକିବାକୁ ସମନ୍ୱୟ ବୈଠକରେ ମତ ପ୍ରକାଶ ପାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!