ଭୁବନେଶ୍ୱର,୨୫।୯:ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଦିନିକିଆ ଓଡ଼ିଆ ଗସ୍ତରେ ନଡ୍ଡା ଓଡ଼ିଶା ଆସୁଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।ଆସନ୍ତାକାଲି ଜେ.ପି ନଡ୍ଡା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ବିଜେପି କାର୍ଯ୍ୟାଳୟକୁ ଯିବେ। ସେଠାରେ ଦିନ ସାଢ଼େ ୧୧ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |