ଭୁବନେଶ୍ୱର,୨୫।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ- ଦକ୍ଷିଣ ଓ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଉ ଦୁଇ ଦିନ ପ୍ରବଳ ଛେଚିବ। ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |