ଆଜି ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା

ପୁରୀ,୨୬।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ପ୍ରବଳ ବର୍ଷା ହେଉଥିବାର ଛୁଟି ଘୋଷଣା ହୋଇଛି।ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ନେଇ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!