ସୂର୍ଯ୍ୟମନ୍ଦିର ପରିସରରେ ଜମିଛି ଆଣ୍ଠୁଏ ଉଚ୍ଚର ପାଣି , ହନ୍ତସନ୍ତ ପର୍ଯ୍ୟଟକ

କୋଣାର୍କ,୨୬ା୯: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି ଜମିରହିଛି। ଫଳରେ କୋଣାର୍କ ବୁଲିବାକୁ ଆସିଥିବା ଶହଶହ ପର୍ଯ୍ୟଟକ ହନ୍ତସନ୍ତ ହୋଇଛନ୍ତି। ପମ୍ପ୍‌ସେଟ୍‌ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି।ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ କଟକ, ଭୁବନେଶ୍ୱର, ପୁରୀରେ ବି ଲାଗି ରହିଛି ବର୍ଷା। ଫଳରେ ସୂର୍ଯ୍ୟ ମନ୍ଦିର କୋଣାର୍କ ହୋଇଛି ଜଳବନ୍ଦୀ। ଜମି ରହିଛି ଫୁଟେ ଉଚ୍ଚର ପାଣି। ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆଜି କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।ଲଗାଣ ବର୍ଷା ଯୋଗୁଁ ମନ୍ଦିର ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଯେଉଁ ରାସ୍ତା ଦେଇ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ କରାଯାଏ, ପାର୍ଶ୍ୱ ରାସ୍ତା ଦେଇ ପର୍ଯ୍ୟଟକ ମନ୍ଦିର ବେଢ଼ା ବୁଲନ୍ତି ସେ ସବୁ ବୁଡ଼ି ଯାଇଛି। ଫଳରେ ପର୍ଯ୍ୟଟକ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଛି ପର୍ଯ୍ୟଟକ ପାଣି ଭିତରେ ପଡ଼ି ବି ଯାଇଛନ୍ତି। ଫଳରେ ସେମାନେ ମନ୍ଦିର ପ୍ରଶାସନ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!